Latest Odisha News

BREAKING NEWS

ମହାରାଷ୍ଟ୍ର ହସ୍ପିଟାଲ ଟ୍ରାଜେଡି: ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ତଦନ୍ତ ନିର୍ଦ୍ଦେଶ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ: ମହାରାଷ୍ଟ୍ର ଭଣ୍ଡାରା ସ୍ଥିତ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାକୁ ନେଇ ସାରା ଦେଶରେ ଦୁଃଖପ୍ରକାଶ । 10 ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ନେଇ ଗଭୀର ଦୁଋଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆହତ ଶିଶୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଦୁର୍ଘଟଣା ନେଇ ଦୁଃଖପ୍ରକାଶ କରିଛନ୍ତି । ସେ ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପୋ, ଜିଲ୍ଲାପାଳ ଓ ପୋଲିସ ଡିଜିଙ୍କ ସହ କଥା ହୋଇଛନ୍ତି । ଏହାସହ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଉଦ୍ଧବ ଠାକରେ । ମହାରାଷ୍ଟ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମୃତ ଶିଶୁଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବା ବୋଲି ଘୋଷଣା କରିଛନ୍ତି ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଘଟଣାକୁ ଦୁର୍ଭାଗ୍ୟଜନକ କହିଛନ୍ତି । ପୀଡ଼ିତଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଈଶ୍ୱର ସେମାନଙ୍କୁ ଧୈର୍ଯ୍ୟ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ଅମିତ ଶାହ ।

Leave A Reply

Your email address will not be published.