Latest Odisha News

ଦିଗପହଣ୍ଡି ବସ୍‌ ଦୁର୍ଘଟଣା; ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର, ଗୃହମନ୍ତ୍ରୀ ଅମିତ ଶାହଙ୍କ ଶୋକ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ଶୋକ ପ୍ରକାଶ କରିବା ସହିତ କ୍ଷତିପୂରଣ ମଧ୍ୟ ଘୋଷଣା କରାଯାଇଛି।

ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦିଆଯିବ ବୋଲି ଘୋଷଣା କରାଯାଇଥିବା ବେଳେ ଆହତଙ୍କୁ ୫୦ ହଜାର ଟଙ୍କାର କ୍ଷତିପୂରଣ ଦିଆଯିବ। ଏସବୁ ଖର୍ଚ୍ଚ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ଘୋଷଣା କରାଯାଇଛି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ହୋଇଥିବା ଟ୍ୱିଟ୍‌ରେ ଲେଖାଯାଇଛି “ ଓଡ଼ିଶା ଗଞ୍ଜାମ ଜିଲ୍ଲା ବସ୍‌ ଦୁର୍ଘଟଣାରେ ମୁଁ ଦୁଃଖିତ। ଯେଉଁମାନେ ତାଙ୍କ ଆତ୍ମୀୟସ୍ୱଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠିରୁ ଦୁର୍ଘଟଣାରେ ପ୍ରତ୍ୟୋକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ। ଆହତଙ୍କୁ ୫୦,୦୦୦ ଦିଆଯିବ।”

ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଟ୍ୱିଟ୍ କରି ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି “ଓଡ଼ିଶାର ଦିଗପହଣ୍ଡିରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନର କ୍ଷତିରେ ମର୍ମାହତ। ଏହି ଦୁଃଖର ଘଡ଼ିରେ, ମୋର ସମବେଦନା ସେମାନଙ୍କ ପରିବାର ସଦସ୍ୟଙ୍କ ସହିତ ଅଛି। ମହାପ୍ରଭୁ ସେମାନଙ୍କୁ ସହିବାକୁ ଶକ୍ତି ଦିଅନ୍ତୁ। ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।”

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଘଟଣାରେ ଶୋକ ପ୍ରକାଶ କରିବା ସହିତ କ୍ଷତିପୂରଣ ଘୋଷଣା କରିସାରିଛନ୍ତି। ମୃତକଙ୍କ ପରିବାରକୁ ୩ ଲକ୍ଷ ଅନୁକମ୍ପା ରାଶି ସହିତ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାସହିତ ଘଟଣାସ୍ଥଳକୁ  ଯାଇ  ବିପନ୍ନଙ୍କୁ  ସହାୟତା  ଯୋଗାଇଦେବା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରିବୁଝିବାକୁ  ମୁଖ୍ୟମନ୍ତ୍ରୀ  ଅର୍ଥ  ମନ୍ତ୍ରୀ  ଶ୍ରୀ  ବିକ୍ରମ  ଆରୁଖ  ଏବଂ  ଗଞ୍ଜାମ  DPCC ଅଧ୍ୟକ୍ଷ ବିଧାୟକ  ବିକ୍ରମ  ପଣ୍ଡାଙ୍କୁ  ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି

 

ସୂଚନା ଥାଉକି ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଦିଗପହଣ୍ଡି ଥାନା ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ବହ୍ମପୁରରେ ଏକ ବିବାହ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଏକ ମିନି ବସ୍ ଦିଗପହଣ୍ଡି ଆଡ଼କୁ ଯାଉଥିଲା ଏହି ସମୟରେ ବିପରିତ ଦିଗ ଅର୍ଥାତ ଗୁଡ଼ାରୀ ରାୟଗଡ଼ ପଟରୁ ଓଏସଆରଟିସି ବସ୍ ସହ ଧକ୍କା ହୋଇଥିଲା। ଖବର ମିଳିବା କ୍ଷଣି ଦିଗପହଣ୍ଡି ପୁଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟରେ କରିଥିଲେ

ମୃତକଙ୍କ ମଧ୍ୟରେ ଅଛନ୍ତି ୬ ପୁରୁଷ. ୪ ମହିଳା ଓ ୨ଜଣ ଛୋଟ ପିଲା । ୧୨ ମୃତକଙ୍କ ମଧ୍ୟରୁ ୧୧ ଜଣ ପୂର୍ବତନ ସାଂସଦ ରେଣୁବାଳା ପ୍ରଧାନଙ୍କ ସମ୍ପର୍କୀୟ ବୋଲି ଜଣାଯାଇଛି । ଏମାନଙ୍କ ମଧ୍ୟରେ ରେଣୁବାଳାଙ୍କ ଦିଅର, ୨ ଝିଆରୀ ଓ ନାତି ଥିବା କୁହାଯାଉଛି । ମୃତକଙ୍କ ମଧ୍ୟରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ସମ୍ପର୍କୀୟ ଥିବା ମଧ୍ୟ କୁହଯାଉଛି । ଦୁର୍ଘଟଣାରେ ୭ ଜଣ ଗୁରତର ଅଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ଏମକେଏସଜିରେ ଭର୍ତ୍ତି କରାଯାଇଛି । ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

Comments are closed.