Latest Odisha News

BREAKING NEWS

ମାଲକାନଗିରି ଜିଲ୍ଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ଜଣେ ମାଓବାଦୀ ମୃତ ଥିବା ସୂଚନା ମିଳିଛି। ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଲଞ୍ଚ କରାଯାଇଥିଲା।

ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିବାରୁ ଯବାନ ମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଏଥିରେ ଜଣେ ମାଓନେତା ମୃତ୍ୟୁ ବରଣ କରିଥିବା ବେଳେ ଗୋଟିଏ ବନ୍ଧୁକ ମଧ୍ୟ ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସମ୍ପୂର୍କ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ଜଣାପଡ଼ିଛି।

Leave A Reply

Your email address will not be published.