Latest Odisha News

ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର: ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରିଛି ପୋଲିସ । ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଗିରଫ କରିଛି ପୋଲିସ । ହତ୍ୟା ଉଦ୍ୟମ ମାମଲା ରୁଜୁ କରି ଶିବଶଙ୍କରଙ୍କୁ ଗିରଫ କଲା ପୋଲିସ  । କୋର୍ଟରେ ଜାମିନ ନାମଞ୍ଜୁର ପରେ ଶିବଶଙ୍କରଙ୍କୁ ଜେଲ୍‌ ପଠାଗଲା । କାଲି ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଓରଫ ପିଣ୍ଟୁ  । ଆକ୍ରମଣ ପରେ ପିଣ୍ଟୁଙ୍କୁ ଥାନାରେ ଅଟକ ରଖିଥିଲା ପୋଲିସ  ।

ୟସୂଚନା ଅନୁସାରେ ଗତକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଚାଲିଥିବା ବେଳେ ସ୍ବାଧୀନ ବିଧାୟକ ଶିବସୁନ୍ଦର ଦାସ ପ୍ରଦୀପଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଉତ୍କଳମଣି ୟୁପି ସ୍କୁଲର ବୁଥରେ ମତଦାନ ଚାଲିଥିବା ବେଳେ ପ୍ରଦୀପ ପାଣିଗ୍ରାହୀ ଓ ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁରେ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ବିଧାୟକ ପ୍ରାର୍ଥୀ ସାଂସଦ ପ୍ରାର୍ଥୀଙ୍କୁ ମୁହଁ ଏବଂ ଛାତିରେ ମାଡ଼ ମାରିଥିଲେ। ଏହି ସଂଘର୍ଷରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ହୋଇଥିଲେ। ଏହାପରେ ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ତାଙ୍କର ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

Comments are closed.