Latest Odisha News

BREAKING NEWS

୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର । ୫ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡିଲେ ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ । ୩ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି ।

ଲାଞ୍ଚ ଟଙ୍କା ନେଉଥିବା ବିଶେଷ ସୂତ୍ରରୁ ସୂଚନା ପାଇ ଭିଜିଲାନ୍ସ ତା’ଙ୍କୁ ସମ୍ବଲପୁର ରେଳ ଷ୍ଟେସନ ନିକଟରୁ ଧରିଥିଲା । ଭିଜିଲାନ୍ସ କୋର୍ଟଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଶ୍ରୀ ଭୋଳଙ୍କୁ ସମ୍ବଲପୁର ରେଳ ଷ୍ଟେସନ ନିକଟରେ ଅଟକାଯାଇଥିଲା । ତାଙ୍କ ପାଖରୁ ପ୍ରାୟ ୫ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି ।

ଏହା ପରେ ସମ୍ବଲପୁର, ଭୁବନେଶ୍ୱର ଏବଂ ଗଞ୍ଜାମର ଭଞ୍ଜନଗର ସ୍ଥିତ ତାଙ୍କର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା । ଭୁବନେଶ୍ୱର ବାସଭବନରୁ ଆଉ ୫ ଲକ୍ଷ ଟଙ୍କା ମିଳିଛି । ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ତାଙ୍କ ଭଉଣୀଙ୍କ ଘରେ ଦୁଇଟି ଟ୍ରଙ୍କ୍ ଭିତରେ ଲୁଚାଇ ରଖାଯାଇଥିବା ପ୍ରାୟ ୭୦ ବିଡା ୫୦୦ ଟଙ୍କିଆ ନୋଟ୍ ଜବତ କରାଯାଇଛି ।

Leave A Reply

Your email address will not be published.