Latest Odisha News

BREAKING NEWS

ସହଦେବ ହତ୍ୟା ମାମଲା, ଗିରଫ ହେଲା ମାଷ୍ଟରମାଇଣ୍ଡ

ଭୁବନେଶ୍ଵର: ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକ ହତ୍ୟାକାଣ୍ଡ ମାମଲା । ମୁଖ୍ୟ ଅଭିଯୁକ୍ତ ରମା ନାଏକ ଗିରଫ । ରମା ନାଏକକୁ ଗିରଫ କଲା ମଞ୍ଚେଶ୍ୱର ଥାନାରେ ପୋଲିସ । ଆଜି ମଞ୍ଚେଶ୍ୱର ଥାନାରେ ସହଦେବ ସାହୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାଏକ ଆତ୍ମସମର୍ପଣ କରିଛି। ଘଟଣା ପରଠାରୁ ରମା ନାଏକ ଫେରାର ଥିଲା। ପୁଲିସ ତାକୁ ଧରିବା ପାଇଁ ଖୋଜୁଥିଲା। ରସୁଲଗଡ ଓଭରବ୍ରିଜ୍ ଉପରେ ପୋଲିସ ମିତ୍ର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ମଞ୍ଚେଶ୍ବର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିବା ବେଳେ ତଦନ୍ତ ପାଇଁ ୩ଟି ସ୍ପେଶାଲ ଟିମ୍‌ ଗଠନ କରାଯାଇଥିଲା । ତଦନ୍ତରୁ ଅଭିଯୁକ୍ତ ଓ ତାଙ୍କ ଗାଡ଼ି ସମ୍ପର୍କରେ ଜଣାପଡ଼ିଥିଲା । ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ପୂର୍ବରୁ ଗିରଫ କରାଯାଇଥିବା ବେଳେ ଏବେ ମୁଖ୍ୟ ଅଭିଯୁକ୍ତ ରମା ନାଏକକୁ ଗିରଫ କରିଛି ପୋଲିସ ।

ସୂଚନାଯୋଗ୍ୟ, ଭୁବନେଶ୍ବର କେଦାରପଲ୍ଲୀ ବସ୍ତିରେ ବ୍ରାଉନ ସୁଗାର ବେପାରୀଙ୍କୁ ଚେକ୍ ଦେବାରୁ ସହଦେବ ପୋଲିସକୁ ସହାୟତା କରିଥିଲା । ଯାହାକୁ ନେଇ ଏହି ବ୍ରାଉନସୁଗାର ବେପାରୀ ମାନେ ଗତ ତିନି ମାସ ପୂର୍ବରୁ ସହଦେବକୁ ହତ୍ୟା କରିବାକୁ ଯୋଜନା କରିଥିଲେ । ପୂର୍ବ ଶତ୍ରୁତାରୁ ସହଦେବଙ୍କୁ ହତ୍ୟା କରାଯାଇଥିବା ଡିସିପି ସୂଚନା ଦେଇଥିଲେ । ଡିସିପି କହିଥିଲେ, ଭୁବନେଶ୍ବର ମଞ୍ଚେଶ୍ବର ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ ପାଇଁ ୩ଟି ସ୍ପେଶାଲ ଟିମ୍‌ ଗଠନ କରାଯାଇଥିଲା । ତଦନ୍ତରୁ ଅଭିଯୁକ୍ତ ଓ ତାଙ୍କ ଗାଡ଼ି ସମ୍ପର୍କରେ ଜଣାପଡ଼ିଥିଲା । ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା । ୧୨ ଘଣ୍ଟା ଭିତରେ ମାମଲାରେ ଅଭିଯୁକ୍ତଙ୍କୁ ଧରିଥିବା ନେଇ କହିଥିଲେ ଡିସିପି । ତେବେ ଆହୁରି କିଛି ଅଭିଯୁକ୍ତଙ୍କର ଏଥିରେ ସମ୍ପୃକ୍ତି ଥିବା ନେଇ ସନ୍ଦେହ କରାଯାଉଛି ବୋଲି କହିଥିଲେ ଡିସିପି । ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ଜବତ କରାଯାଇଥିଲା । ମୋବାଇଲରୁ ଅଧିକ ଖୋଳତାଡ଼ ଜାରି ରଖିଥିଲା ପୋଲିସ ।

 

Comments are closed.