ବରଗଡ଼ : ପୋଲିସ ଗାଡ଼ି ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ । ଦୁର୍ଗାପୂଜା ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରିବାକୁ କହିବାରୁ ପୋଲିସ ଗାଡି ଭଙ୍ଗାରୁଜା କରିଛନ୍ତି ଉତ୍ତ୍ୟକ୍ତ ଲୋକ । ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଡଭା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା ଚାଲିଥିବା ବେଳେ, ମଣ୍ଡପ ସମ୍ମୁଖରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିଲା । ଫଳରେ କାର୍ଯ୍ୟକ୍ରମ ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ହୋଇଥିଲା । ଖବର ପାଇ ଝାରବନ୍ଧ ପୋଲିସ ଡଭା ଗାଁକୁ ଯାଇ ଲୋକଙ୍କୁ ବୁଝାସୁଝା କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରିବାକୁ କହିଥିଲା । ହେଲେ ଲୋକେ ମାନିବାକୁ ନାରାଜ । ଯାହାକୁ ନେଇ ଉପସ୍ଥିତ ଲୋକ ଓ ପୋଲିସ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଏହାପରେ ପୋଲିସ ଗାଡିକୁ ଭଙ୍ଗାରୁଜା କରିଥିଲେ ଉତ୍ତ୍ୟକ୍ତ ଲୋକ । କରୋନା ଗାଇଡ଼ ଲାଇନ ମଧ୍ୟରେ ପୂଜାର୍ଚ୍ଚନା କରିବାକୁ ସରକାର ଗାଇଡଲାଇନ୍ ଜାରି କରିଥିବା ବେଳେ, ବରଗଡ଼ରେ ନିୟମର ଖୋଲାଖୋଲି ଉଲ୍ଲଂଘନ ହୋଇଛି ।
BREAKING NEWS
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
Comments are closed.