ସିଡନୀ: ଅଷ୍ଟ୍ରେଲିଆର ମହାନ ଖେଳାଳି ରିକି ପଂଟି ଆଗାମୀ ଟି୨୦ ବିଶ୍ୱକପ କ୍ରିକେଟକୁ ନେଇ ଭବିଷ୍ୟବାଣୀ କରିଛନ୍ତି । ସେ କହିଛନ୍ତି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ ଏବଂ ଏଥିରେ କଙ୍ଗାରୁ ଦଳ ବାଜି ମାରିବ । ପଂଟି କହିଛନ୍ତି ଭାରତ, ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଟିମ ଟାଇଟଲ ଫେଭରାଇଟ ରହିଛନ୍ତି । ଜୋସ ବଟଲରଙ୍କ ନେତୃତ୍ୱରେ ଇଂଲଣ୍ଡକୁ ଅଟକାଇବା ଏତେଟା ସହଜ ହେବ ନାହିଁ । ଅକ୍ଟୋବର ୨୩ରେ ପାକିସ୍ତାନ ବିପକ୍ଷରେ ଭାରତ ତାର ଅଭିଯାନ ଆରମ୍ଭ କରିବ । ଟି୨୦ ବିଶ୍ୱକପର ପୂର୍ବ ସଂସ୍କରଣରେ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତର ପ୍ରଦର୍ଶନ ଉତ୍ସାହଜନକ ନ ଥିଲା । ସୁପର ୧୨ ମୁକାବିଲାରେ ପାକିସ୍ତାନ ଓ ନ୍ୟୁଜିଲାଣ୍ଡଠାରୁ ହାରି ଭାରତ ବିଦା ନେଇଥିଲା । ତେବେ ଏଥର ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ପ୍ରଭାବୀ ପ୍ରଦର୍ଶନ ଜାରୀ ରଖିଛି । ଏହି ଫର୍ମାଟରେ ଭାରତ ବିଶ୍ୱକପ ପରଠାରୁ ଗୋଟିଏ ବି ସିରିଜ ହାରି ନାହିଁ ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ

Comments are closed.