ନୂଆଦିଲ୍ଲୀ: ଭାରତରେ ଅଣାୟତ ହେଉଛି କରୋନା । ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ସନ୍ଧ୍ୟା ସୁଦ୍ଧା ଏହି ସଂଖ୍ୟା ୨୦୬୮ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।
ଏଥିସହିତ କରୋନାଭାଇରସ ସଂକ୍ରମଣରେ ଏପର୍ଯ୍ୟନ୍ତ ୫୩ ଜଣଙ୍କର ମୃତ୍ୟୁ ଘଟିଥିବା ସରକାରୀ ରିପୋର୍ଟରେ ପ୍ରକାଶ ।
ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
ଚିନ୍ତାର କଥା ଏହାକି ମୁମ୍ବାଇର ସବୁଠୁ ବଡ଼ ବସ୍ତି ଧରାବି ବସ୍ତିରେ ଜଣେ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି । ଏହାଫଳରେ ପୋଲିସ ଏହି ଅଞ୍ଚଳକୁ ସମ୍ପୂର୍ଣ୍ଣ ସିଲ କରିଦେଇଛି ।
ଏହି ଭାଇରସର ଵିସ୍ତାରକୁ ଦୃଷ୍ଟିରେ ରଖି ଭାରତ ସରକାର ଆଗାମୀ ଏପ୍ରିଲ ୧୫ ତାରିଖ ଯାଏଁ ସାରାଦେଶକୁ ଲକଡାଉନ କରି ଦେଇଛନ୍ତି ।
Comments are closed.