ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆସନ୍ତା କାଲି ଅର୍ଥାତ ଶନିବାର ସକାଳ ୧୦.୦୦ ଟାରୁ ୧୨ ତାରିଖ ସନ୍ଧ୍ୟା ଯାଏଁ ଏହି ପ୍ରଦର୍ଶନୀ ଖୋଲା ରହିବ। ଏହି ସମୟ ମଧ୍ୟରେ ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀ ବୁଲି ଦେଖିପାରିବେ। ଏଥିପାଇଁ କୌଣସି ଏଣ୍ଟ୍ରି ଫି ନିଆଯିବ ନାହିଁ। ଲୋକମାନେ ମାଗଣାରେ ମେଳା ବୁଲି ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବିଭିନ୍ନ ଗ୍ୟାଲେରୀର ଷ୍ଟଲ ଦେଖି ପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ପର୍ଯ୍ୟଟନ ରୁ ଆରମ୍ଭ କରି ବିଜ୍ଞାନ ପର୍ଯ୍ୟନ୍ତ ଏହି ପ୍ରଦର୍ଶନୀରେ ବହୁ ଶିକ୍ଷଣୀୟ ଜିନିଷ ରହିଥିବାରୁ ଏହି ପ୍ରଦର୍ଶନୀ ସମସ୍ତେ ଦେଖିବା ଉଚିତ୍ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କହିଛନ୍ତି।
ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ପ୍ରଦର୍ଶନୀକୁ ୨ ରୁ ୩ ଦିନ ଯାଏଁ ବଢାଇବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ସାଧାରଣ ଲୋକ ବିଶେଷ କରି ଯୁବ ବର୍ଗଙ୍କୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ଏହି ପ୍ରସ୍ତାବ ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ଜାଣିବାକୁ ମିଳିଛି ।
Comments are closed.