Latest Odisha News

BREAKING NEWS

ବିଧାନସଭାରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ବିଧାନସଭା ପରିସରରେ ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର । ସେଠାରେ ତାଙ୍କୁ ସମସ୍ତ ବିଧାୟକ ଓ ମନ୍ତ୍ରୀମାନେ ଶେଷ ଦର୍ଶନ କରିଛନ୍ତି । ବାଚସ୍ପତିଙ୍କ ସମେତ ସମସ୍ତ ବିଧାୟକ ଓ ମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାପରେ ତାଙ୍କ ମରଶରୀର ଦଳୀୟ କାର୍ଯ୍ୟାଳୟରେ ପହଂଚିଛି । ସେଠାରେ ମଧ୍ୟ ଦଳୀୟ କର୍ମକର୍ତ୍ତାମାନେ ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାପରେ ତାଙ୍କୁ ପିିପିଲି ସ୍ଥିତ ତାଙ୍କ ଫାର୍ମ ହାଉସକୁ ନିଆଯିବ । ସେଠାରୁ ଅପରାହ୍ନରେ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ହେବ ।

ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟାବସ୍ଥା ଗତକାଲି ହଠାତ ଗୁରୁତର ହୋଇପଡ଼ିଥିଲା। ଏହାପରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମାତ୍ର ଡାକ୍ତରମାନଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ବେ ମହାରଥୀଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇ ନ ଥିଲା। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପତ୍ନୀ ପ୍ରତିଭା ମହାରଥୀ, ପୁତ୍ର ରୁଦ୍ରପ୍ରତାପ ଓ ଝିଅ ପଲ୍ଲବୀଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ।

Comments are closed.