Latest Odisha News

BREAKING NEWS

ପୁରୀ ସ୍ୱର୍ଗଦ୍ୱାରରେ ପଞ୍ଚଭୂତରେ ବିଲୀନ ହେଲେ ମଉଡ଼ମଣି ପ୍ରଫୁଲ୍ଲ କର

ପୁରୀ : ପୁରୀ ସ୍ୱର୍ଗଦ୍ୱାରରେ ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ । ପଞ୍ଚ ଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର । ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷ ହେଲା ଅନ୍ତିମ ସଂସ୍କାର । । ବଡପୁଅ ମହାଦୀପ କର ଦେଲେ ମୁଖାଗ୍ନୀ । ଅନ୍ତିମ ସଂସ୍କାରରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଗତକାଲି ୮୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି । ଦିର୍ଘ ୬ ଦଶନ୍ଧୀ ଧରି ଓଡ଼ିଆ ସଙ୍ଗୀତ ଦୁନିଆକୁ ଆଚ୍ଛାଦିତ କରି ରଖିଥିବା ଏହି ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ଦେହାନ୍ତ ପରେ ସବୁ ମହଲରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି ପ୍ରଫୁଲ୍ଲଙ୍କ ପରଲୋକ ।

ଗତକାଲି ରାତି ୧୦ ଟା ୨୦ ମିନିଟ୍ ସମୟରେ ତାଙ୍କର ପରଲୋକ ହୋଇଯାଇଛି । ରାତି ୯ ଟା ପରେ ସେ ରାତ୍ରିଭୋଜନ କରିବା ପରେ ବିଶ୍ରାମ ନେଉଥିବା ବେଳେ ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ । ତାଙ୍କ ଅକ୍ସିଜେନ ସ୍ତର ହଠାତ୍ କମି ଯାଇଥିଲା ।

ସେ ଥିଲେ କମଳ ଦେଶର ରାଜକୁମାର । ମାତ୍ର ୨୧ ବର୍ଷ ବୟସରେ ଆକାଶବାଣୀର ସ୍ବିକୃତିପ୍ରାପ୍ତ କଣ୍ଠଶିଳ୍ପୀର ମାନ୍ୟତା ପାଇଥିଲେ । ପରେ ତାଙ୍କର ସଙ୍ଗୀତ ଯାତ୍ରା ଆରମ୍ଭ ହୋଇଥିଲା । ୭୦ରୁ ଅଧିକ ଓଡ଼ିଆ ଓ ୪ଟି ବଙ୍ଗଳା ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ୧୦୦ରୁ ଅଧିକ ଅଣସିନେମା ସଙ୍ଗୀତ ଆଲବମ କରିଛନ୍ତି ପ୍ରଫୁଲ୍ଲ । ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ୬ ଜଣ କଣ୍ଠଶିଳ୍ପୀ ଶ୍ରେଷ୍ଠ ସିନେ କଣ୍ଠଶିଳ୍ପୀ ପୁରସ୍କାର ପାଇଛନ୍ତି । ସଂଗୀତ କ୍ଷେତ୍ରରେ ସଫଳତା ହାସଲ କରିଥିବା ପ୍ରଫୁଲ୍ଲ ପ୍ରାୟ ଏକ ବର୍ଷ ହାଇକୋର୍ଟରେ ଓକିଲାତି କରିଛନ୍ତି । ପ୍ରଫୁଲ୍ଲଙ୍କ ରୁଚି ଚିତ୍ରକଳା ଓ ରୋଷେଇରେ ବି ଥିଲା ।

Leave A Reply

Your email address will not be published.