Latest Odisha News

ସାଧାରଣତନ୍ତ୍ର ଦିବସରେ ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼, ପ୍ରଦର୍ଶିତ ହେବ ରାଜ୍ୟର ଐତିହ୍ୟ ଓ ବିକାଶ

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ବର ସ୍ଥିତ ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼ । ଏଥିରେ ରାଜ୍ୟର ଐତିହ୍ୟ ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ ଗୁଡ଼ିକ ପ୍ରଦଶିର୍ତ ହେବ । ପ୍ୟାରେଡ୍ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।

ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ପ୍ରାରମ୍ଭିକ ବୈଠକ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ଏଥି ନିମନ୍ତେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ୟର ଐତିହ୍ୟ ଓ ବିକାଶ ଉପରେ ମୁଖ୍ୟତଃ ଏହି ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରିବାକୁ ଶ୍ରୀ ସିଂହ ବିଭାଗଗୁଡ଼ିକୁ ପରାମର୍ଶ ଦେଇଛନ୍ତି । ଏହାକୁ ଅଧିକ ଆକର୍ଷଣ ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିବାକୁ ସେ କହିଛନ୍ତି ।

ଆସନ୍ତା ୨୪ ତାରିଖ ସୁଦ୍ଧା ସଂପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ । ଏହାକୁ ଯାଞ୍ଚ କରାଯାଇ ଶ୍ରେଷ୍ଠ ନମୁନାଗୁଡ଼ିକୁ ଚୟନ କରାଯିବ ।

Leave A Reply

Your email address will not be published.