Latest Odisha News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଗତ ନିର୍ବାଚନରେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ ।

ଗତ ନିର୍ବାଚନରେ କଟକ-ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ । ପୂର୍ବରୁ ସେ ୨୦୧୪ରେ କଂଗ୍ରେସ ଟିକେଟ୍‌ ରୁ ଲଢି ସାଲେପୁରରୁ ଜିତିଥିଲେ ।

ନିଜ ଇସ୍ତଫା ପତ୍ରରେ ପ୍ରକାଶ କହିଛନ୍ତି ଯେ, ମୁଁ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ବାସ ରଖେ । ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଜଡିତ ରହିଛି, ଏଣୁ ମୁଁ ଏଭଳି ନିଷ୍ପତ୍ତି ନେବାକୁ ଉଚିତ ଭାବିଲି । ଦୀର୍ଘ ୨୫ ବର୍ଷ ହେବ ଟାଙ୍ଗୀ-ସାଲେପୁର ଲୋକଙ୍କ ସହ ଯୋଡିହୋଇ ରହିଛି, ଆଗାମୀ ଦିନରେ ମଧ୍ୟ ସେମାନଙ୍କ ଋଣ ସୁଝିବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି ।

ତେବେ ପ୍ରକାଶଙ୍କ ଇସ୍ତଫା ନେଇ ଏବେ ସୁଦ୍ଧା ବିଜେଡିର କୌଣଶି ପ୍ରତିକ୍ରିୟା ମିଳିନାହିଁ ।

Leave A Reply

Your email address will not be published.