ନୂଆଦିଲ୍ଲୀ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା । କ୍ୟାବିନେଟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହି ଘଟଣାକ୍ରମ ପ୍ରଧାନମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଇସ୍ତଫା ପ୍ରଦାନ କରିବାର କିଛି ଘଣ୍ଟା ପରେ ସାମ୍ନାକୁ ଆସିଛି।
ପ୍ରହ୍ଲାଦ ଯୋଶୀ ବର୍ତ୍ତମାନ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ନୂତନ ଓ ନବୀକରଣୀୟ ଶକ୍ତି ମନ୍ତ୍ରୀ ଅଛନ୍ତି।
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାପତ୍ର ଗ୍ରହଣ କରିବା ପରେ ରାଷ୍ଟ୍ରପତି ଭବନ ପକ୍ଷରୁ ଆଜି ସଂଧ୍ୟାରେ ଏକ ସରକାରୀ ବିଜ୍ଞପ୍ତି ଜାରି କରାଯାଇ ପ୍ରହ୍ଲାଦ ଯୋଶୀଙ୍କ ନିଯୁକ୍ତି ସମ୍ପର୍କରେ ନିଶ୍ଚିତ କରାଯାଇଛି।
ପାଞ୍ଚ ଥର ସାଂସଦ ନିର୍ବାଚିତ ଯୋଶୀ ୨୦୨୪ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରୀମଣ୍ଡଳକୁ ଫେରିଥିଲେ।