Latest Odisha News

BREAKING NEWS

ମହାପ୍ରଭୁଙ୍କ ଦର୍ଶନ କଲେ ଦୁଇ କେନ୍ଦ୍ରମନ୍ତ୍ରୀ

ପୁରୀ: ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନବେ ଆଜି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସିଂହଦ୍ଵାର ଠାରେ ପହଁଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା।

ସେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ବିମଳା ମନ୍ଦିର ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରି ମହାପ୍ରସାଦ ସେବନ କରିଥିଲେ। ଅନ୍ୟପଟେ କୋଭିଡ କଟକଣା ମଧ୍ୟରେ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି ମନ୍ତ୍ରୀ। ସେ ମହାପ୍ରଭୁଙ୍କୁ ଦର୍ଶନ କରିବା ସମୟରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ,ସେବାୟତ ଓ ବିଜେପି କର୍ମୀମାନେ ଉପସ୍ଥିତ ଥିଲେ।

 

 

 

 

Leave A Reply

Your email address will not be published.