Latest Odisha News

BREAKING NEWS

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି । ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଂସ୍କୃତି ବିଭାଗର ଏକ ପ୍ରତିନିଧି ଦଳ ପ୍ରଣବ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ପ୍ରତିନିଧି ଦଳ ତାଙ୍କର ଆଶୁ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ।

BjdElectrycity

ଏହା ସହ ଚିକତ୍ସା ସହାୟତା ପାଇଁ ଏକ ଲକ୍ଷ ଟଙ୍କାର ଚେକ୍  ପ୍ରଦାନ କରିଛନ୍ତି । ଏହି ପ୍ରତିନିଧି ଦଳରେ ଓଡ଼ିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ସାମିଲ ଥିଲେ ।

୧୯୫୮ ମସିହାରେ ଭୁବନେଶ୍ୱରୀ ମିଶ୍ରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ନିର୍ମିତ ଚଳଚ୍ଚିତ୍ର ମା’ରେ ପ୍ରଣବ ପ୍ରଥମ ଥର ପାଇଁ ଗୀତ ଗାଇବାର ସୁଯୋଗ ପାଇଥିଲେ । ଶ୍ରୀ ଲୋକନାଥ, ସୂର୍ଯ୍ୟମୁଖୀ, ସିନ୍ଦୂର ବିନ୍ଦୁ, ଶେଷ ଶ୍ରାବଣ, ଚିହ୍ନା ଅଚିହ୍ନା, ବତୀଘର ଆଦି ଚଳଚ୍ଚିତ୍ର ତାଙ୍କୁ ଲୋକପ୍ରିୟତାର ଶୀର୍ଷରେ ପହଞ୍ଚାଇପାରିଥିଲା । ଚଳଚ୍ଚିତ୍ର ଜୀବନରେ ସେ ବହୁ ଜାତୀୟସ୍ତରର କଳାକାରମାନଙ୍କ ସହ କାମ କରିବାର ସୁଯୋଗ ପାଇଛନ୍ତି ।

Leave A Reply

Your email address will not be published.