Latest Odisha News

BREAKING NEWS

କରୋନାରେ ସ୍ଥପତି ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତଙ୍କ ଏମ୍ସରେ ଦେହାନ୍ତ

ଭୁବନେଶ୍ୱର: ବାପାଙ୍କ ପରେ ଚାଲିଗଲା ପୁଅ । ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ଏନେଇ ଏମ୍ସ ସୁପରିଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି ।

ବାପ-ପୁଅ କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମେ ୯ ତାରିଖ ଅପରାହ୍ଣରେ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।

ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତ ମହାପାତ୍ରଙ୍କର ମଧ୍ୟ ମୃତ୍ୟୁ ହୋଇଛି । ମାତ୍ର ୧୧ ଦିନ ମଧ୍ୟରେ କରୋନା ଛଡ଼ାଇ ନେଇଛି ଦୁଇଟି ଦୁଇଟି ଜୀବନ । ଆଗ ବାପ ପରେ ପୁଅ ଡକାଡକି ହୋଇ ଆରପାରିକୁ ଚାଲି ଯାଇଛନ୍ତି ୨ ଜଣ ।

Leave A Reply

Your email address will not be published.