Latest Odisha News

BREAKING NEWS

ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି, ଅନ୍ତରୀଣ ସୁରକ୍ଷା ଫେବୃଆରୀ ୧ ଯାଏଁ ବଳବତ୍ତର

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କୁ ପୁଣି ଆଶ୍ୱସ୍ତି ମିଳିଛି । ଫେବ୍ରୁଆରି ୧ ଯାଏଁ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି । ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରଦାପ ଜେନା ଦାୟର କରିଥିବା ଆବେଦନରର ଆଜି ହାଇକୋର୍ଟରେ ଶୁଣାଣି ହୋଇଛି ।

ତାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ଫେବ୍ରୁଆରୀ ୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଛି । ଉଭୟ ପକ୍ଷଙ୍କ ସହମତିରେ ହାଇକୋର୍ଟ ଶୁଣାଣି ଘୁଞ୍ଚାଇଛନ୍ତି । ତେବେ ଫେବ୍ରୁଆରୀ ୧ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । ଜଷ୍ଟିସ ବି.ପି ରାଉତରାୟଙ୍କୁ ନେଇ ଗଠିତ ଖଣ୍ତପୀଠ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଜାରି କରିଛନ୍ତି ।

ସୂଚନା ମୁତାବକ, ୨୦୨୧ ଜାନୁଆରୀ ୨ ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ ୧୩ ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ ୯ ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ ୧୩ ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।

Leave A Reply

Your email address will not be published.