ବ୍ରହ୍ମପୁର: ବିଶିଷ୍ଟ ସିନେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଆସନ୍ତା ଡିସେମ୍ବର ୨ ରେ ମୁକ୍ତିଲାଭ କରିବାକୁ ଯାଉଛି। ଏଥିପାଇଁ ରାଜ୍ୟର ଅନେକ ପ୍ରମୁଖ ଅଞ୍ଚଳରେ ‘ପ୍ରତୀକ୍ଷା’ ଟିମ ଦ୍ବାରା ଜୋରସୋରରେ ପ୍ରମୋସନ କାର୍ଯ୍ୟ ଚାଲିଛି। ରାଉରକେଲା, ବାଲେଶ୍ବର, ମୟୁରଭଞ୍ଜ, ଖୋର୍ଦ୍ଧା ପରେ ବୁଧବାର ବ୍ରହ୍ମପୁରରେ ପହଞ୍ଚିଛି ଏହି ଚଳଚିତ୍ରର ଟିମ୍।
ପ୍ରଥମେ ଖଲ୍ଲିକୋଟ ବିଶ୍ବବିଦ୍ୟାଳୟ ପରିସରରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ରର ଅଭିନେତା ଦୀପନ୍ବିତ ମହାପାତ୍ର, ସଙ୍ଗୀତ ନିର୍ଦ୍ଦେଶକ ଆଶିଷ ପ୍ରଧାନ, ଲାଇନ୍ ପ୍ରଯୋଜକ ଗୋପାଳ ଚନ୍ଦ୍ର ଘଡେଇ, କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ଏବଂ ସାମ୍ୱାଦିକ ତଥା ଗାୟକ ସୁଦିପ କୁମାର ସାହୁ ଉପସ୍ଥିତ ଥିଲେ। ଏହି ଅବସରରେ କୁଳପତି ଦାୟିତ୍ୱରେ ଥିବା ପ୍ରଫେସର ପ୍ରତାପ ମହାନ୍ତି ଏବଂ ରେଜିଷ୍ଟାର ପ୍ରଫେସର ପ୍ରସନ୍ନ ସ୍ବାଇଁଙ୍କ ସହ ଛାତ୍ର-ଛାତ୍ରୀମାନଙ୍କ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ‘ପ୍ରତୀକ୍ଷା’ ଟିମକୁ ଉତ୍ସାହିତ କରିଥିଲେ। ପରେ ପରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ମଧ୍ୟ ଚଳଚ୍ଚିତ୍ରଟିର ପ୍ରଚାର କରାଯାଇଥିଲା। ପରିଶେଷରେ ସ୍ଥାନୀୟ ଏକ ହୋଟେଲ୍ରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ବିଷୟରେ ସୂଚନା ପ୍ରଦାନ କରିଥିଲେ। ଉପସ୍ଥିତ ବରିଷ୍ଠ ନାଗରିକଙ୍କ ସମେତ ସମସ୍ତଙ୍କୁ ଚଳଚ୍ଚିତ୍ରଟି ଦେଖିବା ସହ ‘ଓଡ଼ିଆ ଚଳଚ୍ଚିତ୍ର ବଞ୍ଚାଅ’ ଅଭିଯାନରେ ସାମିଲ ହେବା ପାଇଁ ନିବେଦନ କରାଯାଇଥିଲା। ଏହି ଚଳଚ୍ଚିତ୍ରଟି ବିଶିଷ୍ଟ ଲେଖକ ଗୌରହରି ଦାସଙ୍କ କ୍ଷୁଦ୍ରଗଳ୍ପ ଉପରେ ଆଧାରିତ ଏକ ମଧ୍ୟବିତ୍ତ ଓଡ଼ିଆ ପରିବାରର ଆଶା, ଆକାଂକ୍ଷା, ସ୍ବପ୍ନ ଓ ନୈରାଶ୍ୟର କାହାଣୀ। ପୂର୍ବରୁ ଏହି ଚଳଚ୍ଚିତ୍ରଟି ୱାଶିଂଟନ ଡିସି ଏମସି ମଣ୍ଡଗୋମେରି ସିକ୍କିନଠାରେ ‘ପ୍ରତୀକ୍ଷା’ର ୱାର୍ଲ୍ ଟିଭି ପ୍ରିମିୟର ଅନୁଷ୍ଠିତ ହୋଇସାରିଛି। ଡିସି ସାଉଥ ଏସିଆନ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ ହୋଇ ଜୁରୀ ମେମ୍ବର ତଥା ଦର୍ଶକଙ୍କ ଦ୍ବାରା ବହୁଳ ଭାବରେ ଆଦୃତ ହୋଇ ରାଜ୍ୟ ପାଇଁ ଗୌରବ ହାସଲ କରିଛି।
BREAKING NEWS
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
Comments are closed.