Latest Odisha News

BREAKING NEWS

ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ, ଆସନ୍ତା ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ଆଶଙ୍କା

ଭୁବନେଶ୍ୱର: ରଜରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ପ୍ରାକ୍-ମୌସୁମୀ ବର୍ଷା । ଅନ୍ୟପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ରହିଛି । ୧୮ ତାରିଖ ଯାଏ ଏଭଳି ସ୍ଥିତି ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଘଡ଼ଘଡ଼ି ଓ ବଜ୍ରପାତ ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ୧୫ ତାରିଖରେ ଘଡ଼ଘଡ଼ି ଓ ବଜ୍ରପାତ ନେଇ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

Leave A Reply

Your email address will not be published.