ବ୍ରହ୍ମପୁର: ୧୬ ନମ୍ବର ଜାତୀୟ ରାଜପଥ ତଥା ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ଓଭର ବ୍ରିଜ୍ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ସାମାନ୍ୟ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ପାତ୍ରପୁର ବ୍ଲକ ସୁରଙ୍ଗି ପଞ୍ଚାୟତ ତିତି ଗାଁର ରଞ୍ଜନ ପ୍ରଧାନ
ସ୍ତ୍ରୀ ରିଙ୍କି ପ୍ରଧାନ ଗର୍ଭବତୀ ଥିଲେ। ଏଣୁ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଉଭୟ ଏକ ବାଇକ୍ରେ ବ୍ରହ୍ମପୁର ଆସୁଥିଲେ। ହଳଦିଆପଦର ଓଭର ବ୍ରିଜ୍ ପାଖରେ ଏକ ଗାଡ଼ି ଧକ୍କା ଦେବା ଯୋଗୁ ରଞ୍ଜନ ନିଜ ବାଇକ୍ ଉପରୁ ନିୟନ୍ତ୍ରଣ ହରାଇଥିଲେ। ଉଭୟ ତଳେ ପଡ଼ି ଯାଇଥିଲେ। ଘଟଣାସ୍ଥଳରେ ହିଁ ରିଙ୍କିଙ୍କ ମୃତ୍ୟୁ ହୋଇଯାଇଥିଲା। ଅନ୍ୟପଟେ ଏହି ଘଟଣାକୁ ନେଇ ସେଠାରେ ଉତ୍ତେଜନା ଦେଖିବାକୁ ମିଳିଛି। ଅନେକ ଦିନ ହେଲା ହଳଦିଆପଦର ଓଭର ବ୍ରିଜ୍ କାମ ଚାଲିଛି। ବର୍ତ୍ତମାନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି ଓଭରବ୍ରିଜ୍କୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଲୋକମାନେ ଆପ୍ରୋଚ୍ ରାସ୍ତା ଦେଇ ଯାତାୟାତ କରୁଛନ୍ତି। ତୁରନ୍ତ ଓଭର ବ୍ରିଜ୍କୁ କାର୍ଯ୍ୟକ୍ଷମ ପାଇଁ ଦାବି ନେଇ ରାସ୍ତା ଅବରୋଧ କରାଯାଇଥିଲା। ଘଟଣାସ୍ଥଳରେ ଗୋଳନ୍ଥରା ଥାନା ପୋଲିସ ପହଞ୍ଚି ବୁଝାସୁଝା କରିଥିଲା। ସୋମବାର ଠାରୁ ଓଭର ବ୍ରିଜ୍ ଉପରେ ଗାଡ଼ି ଚଳାଚଳ କରିବ େବାଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତା ରୋକ ହଟିଥିଲା। ଅନ୍ୟପଟେ ରିଙ୍କିକୁ ଶବକୁ ପୋଲିସ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲକୁ ପଠାଇଛି।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.