Latest Odisha News

BREAKING NEWS

Puri Rath Yatra 2026: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୁରୀ:ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ପବିତ୍ର ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ଦେଶବାସୀ, ଓଡ଼ିଶାବାସୀ ଏବଂ ବିଶ୍ୱବ୍ୟାପୀ ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଷ୍ଟ୍ରପତି ନିଜ ବାର୍ତ୍ତାରେ କହିଛନ୍ତି ଯେ, ଦେଶ ବିଦେଶରେ ରହୁଥିବା ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଅଛି। ଏହି ମହାପର୍ବରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଗିନୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୂଢ଼ ହୋଇ ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି। ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ଵରେ ବିରଳ। ଏହି ଶୁଭ ଅବସରରେ ଦେଶ ଓ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି। ଜୟ ଜଗନ୍ନାଥ।

 


ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛ ଜଣାଇଛନ୍ତି। ଏକ୍ସରେ ଘୋଷଯାତ୍ରାରେ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ”ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାର ପବିତ୍ର ଅବସରରେ, ମୋର କାମନା ଯେ ତାଙ୍କର ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ଚିରକାଳ ରହୁ । ତାଙ୍କର ଦିବ୍ୟ କୃପା ଆମ ସମସ୍ତ ଦେଶବାସୀଙ୍କ ଜୀବନରେ ନୂତନ ଶକ୍ତି ସଞ୍ଚାର କରୁ ।”

Leave A Reply

Your email address will not be published.