Latest Odisha News

BREAKING NEWS

ତ୍ରିବେଣୀ ସଂଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି

ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭ ତ୍ରିବେଣୀ ସଂଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ବୁଡ଼ ପକାଇଲେ ଦ୍ରୌପଦୀ ମୁର୍ମୁ। ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କଲେ ରାଷ୍ଟ୍ରପତି। ତେବେ ଆଜି ପ୍ରୟାଗରାଜରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ସହ ୮ ଘଣ୍ଟାର କାର୍ଯ୍ୟକ୍ରମ ରହିଛି।

ପ୍ରୟାଗରାଜରେ ପହଞ୍ଚିବା ପରେ ନୌବିହାର କରିଥିଲେ। ନୌବିହାର ବେଳେ ବିଦେଶାଗତ ପକ୍ଷୀଙ୍କୁ ଖାଦ୍ୟ ଖୁଆଇଥିଲେ। ଶହ ଶହ ସଂଖ୍ୟାରେ ପକ୍ଷୀଙ୍କୁ ଖାଦ୍ୟ ଦେଇଥିଲେ ରାଷ୍ଟ୍ରପତି। ସାଙ୍ଗରେ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦୀବେନ ପଟେଲ।

ବୁଡ଼ ପରେ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି। ପ୍ରୟାଗରାଜରେ ରାଷ୍ଟ୍ରପତି ଅପରାହ୍ଣ ୪ଟା ପର୍ଯ୍ୟନ୍ତ ରହିବା କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କୁମ୍ଭମେଳାରେ ଏପର୍ୟ୍ୟନ୍ତ ୪୦ କୋଟିରୁ ଅଧିକ ଲୋକ ବୁଡ଼ ପକାଇସାରିଲେଣି।

 

Comments are closed.