Latest Odisha News

BREAKING NEWS

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର : ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସକାଳ ୧୦ଟା ୫୦ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯିବ । ସେଠାରେ ମହାମହିମଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିବେ । ତାପରେ ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଯିବେ ।

ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାପ୍ରଭୁଙ୍କୁ ଦର୍ଶନ ବେଳେ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍‌ ବିତାଇବା ସହ ରାଷ୍ଟ୍ରପତି ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି । ଶ୍ରୀମନ୍ଦିର ଦର୍ଶନ ପରେ ରାଷ୍ଟ୍ରପତି ରାଜଭବନକୁ ପ୍ରତ୍ୟାବର୍ତ୍ତନ କରିବେ ।

ରାଜଭବନରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି । ପୁରୀରେ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ନିୟୋଜିତ ହେବେ ୨୪ ପ୍ଲାଟୁନ୍‌ ପୋଲିସ ଫୋର୍ସ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏଥିପାଇଁ ଭୁବନେଶ୍ୱର ଓ ପୁରୀରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଦୁଇଟି ସହରରେ ମୁତୟନ ହେବେ ୭୫ ପ୍ଲାଟୁନ୍‌ରୁ ଅଧିକ ଫୋର୍ସ।

 

Leave A Reply

Your email address will not be published.