Latest Odisha News

BREAKING NEWS

ଆସନ୍ତାକାଲି ସମ୍ବଲପୁର ଯିବେ ରାଷ୍ଟ୍ରପତି, ଭିସୁଟ୍ ର ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ସମ୍ବଲପୁର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି (ସୋମବାର) ମୟୂରଭଞ୍ଜରେ ଅଛନ୍ତି ଦ୍ରୌପଦୀ ମୁର୍ମୁ । ଆସନ୍ତାକାଲି ଦୁଇ ଦିନିଆ ସମ୍ବଲପୁର ଗସ୍ତ କରିବେ ରାଷ୍ଟ୍ରପତି । ଏହି ଗସ୍ତ ବେଳେ ସେ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ କରିବେ । ସେଥିପାଇଁ ଦୀର୍ଘ ୪ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିବ । ମଧ୍ୟାହ୍ନ ୨ଟା ସମୟରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସମଲେଶ୍ୱରୀ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିଆଯାଇଛି ଏହି ନିଷ୍ପତ୍ତି ।

BjdElectrycity

ମଙ୍ଗଳବାର ଅପରାହ୍ନ ୪ ଟା ୩୦ରୁ ୫ ଟା ୩୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ୍)ର ୧୫ ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ । ଏହା ପୂର୍ବରୁ ସେ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ । ସନ୍ଧ୍ୟା ୫ ଟା ୪୫ରେ ସେ ମା’ ସମଲେଶ୍ବରୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ । ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମନ୍ଦିର ପରିସରରେ ପ୍ରସ୍ତୁତି ଚାଲିଛି ।

ମା’ ସମଲେଇଙ୍କ ଦର୍ଶନ କରିସାରି ପୁଣି ବୁର୍ଲା ଫେରିଯାଇ ଏମସିଏଲର ଗେଷ୍ଟ ହାଉସରେ ରାତ୍ରୀ ଯାପନ କରିବେ ରାଷ୍ଟ୍ରପତି ମୁର୍ମୁ । ବୁଧବାର ଅର୍ଥାତ୍ ୨୨ ତାରିଖ ଦିନ ସକାଳ ୧୦ଟା ୨୦ରୁ ୧୧ଟା ୨୦ ମଧ୍ୟରେ ରାଷ୍ଟ୍ରପତି ସମ୍ବଲପୁର-ଝାରସୁଗୁଡ଼ା ରାସ୍ତାର ମାଝିପାଲି ସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ସଂସ୍ଥାଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ ।

Leave A Reply

Your email address will not be published.