Latest Odisha News

BREAKING NEWS

ବଡ଼ଦାଣ୍ଡରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସାଙ୍ଗରେ ଅଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ

ପୁରୀ: ରଥଟଣା ଦେଖିବାକୁ ଜଗନ୍ନାଥ ଧାମରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାଙ୍ଗରେ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମହାବାହୁଙ୍କ ପବିତ୍ର ରଥଯାତ୍ରା ଦେଖିବାକୁ ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି।

ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିବା ପରେ ସେଠାରୁ ସୁରକ୍ଷା ଭିତରେ ଯାଇ ରାଜଭବନରେ ପହଞ୍ଚିଥିଲେ ରାଷ୍ଟ୍ରପତି। ବର୍ତ୍ତମାନ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଏଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ମଧ୍ୟ ପୁରୀରେ ପହଞ୍ଚିଛନ୍ତି।

ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ପରେ ତିନି ଠାକୁରଙ୍କ ପହଣ୍ଡି ହୋଇ ରଥରେ ବିରାଜମାନ କରିଛନ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାବେଶ ହୋଇଛି।

 

Comments are closed.