Latest Odisha News

ଚଳିତ ମାସରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ହେବା ପରେ ପ୍ରଥମଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି । ଜୁଲାଇ ୨୫ରେ ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ହେବ ।

ନଭେମ୍ବର ୧୦ ତାରିଖରେ ରାଷ୍ଟ୍ରପତି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଜଭବନରେ ରାତ୍ରୀ ଯାପନ କରିବେ । ୧୧ ତାରିଖରେ ନୂଆଦିଲ୍ଲୀ ଫେରିବା ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଓଡ଼ିଶା ରାଜ୍ୟପାଳଙ୍କୁ ଅବଗତ କରାଯାଇଛି ।

Leave A Reply

Your email address will not be published.