ଆସୁଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ, ପ୍ରଥମ ଦିନ କରିବେ ମହାପ୍ରଭୁଙ୍କ ଦର୍ଶନ
ରାଷ୍ଟ୍ରପତି ନିର୍ବାଚିତ ହେବାପରେ ପ୍ରଥମ ଓଡ଼ିଶା ଗସ୍ତ
ଭୁବନେଶ୍ବର: ଆସନ୍ତାକାଲିଠାରୁ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ଆସନ୍ତାକାଲି ରାଷ୍ଟ୍ରପତି ସକାଳ 10ଟା 50ରେ ଆସି ବିମାନ ବନ୍ଦରରେ ପହଁଚିବେ । ପ୍ରଥମ ଦିନରେ ମହାପ୍ରଭୁ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ମହାପ୍ରଭୁଙ୍କ ଦର୍ଶନ ପରେ ମହାପ୍ରସାଦ ସେବନ କରିବା ସହିତ ତା ପରଦିନ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡିଛି।
ରାଷ୍ଟ୍ରପତି ହେବା ପରେ ଏହା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡିଶା ଗସ୍ତ ହୋଇଥିବାରୁ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଉତ୍ସାହିତ ଅଛନ୍ତି। ରାଷ୍ଟ୍ରପତି ବିମାନ ବନ୍ଦରରେ ଅବତରଣ କଲା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୫୫ ପ୍ଳାଟୁନ ପୋଲିସ ସହ ଶତାଧିକ ପୋଲିସ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି ।
୧୧ ତାରିଖ ଦିନ ରାଜଧାନୀରେ ଦୁଇଟି ସ୍କୁଲ୍ରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ ଜୟଦେବ ଭବନରେ ମଧ୍ୟ ଏକ କାର୍ଯ୍ୟକ୍ରମ ରହିଛି । ଏସବୁ କାର୍ଯ୍ୟକ୍ରମ ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ।
ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲି ଦିନ ଗୋଟାଏ ପରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସବୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରିଛନ୍ତି ।
Comments are closed.