Latest Odisha News

BREAKING NEWS

ଦୁଇ ଦିନିଆ ଓଡିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଓଡିଶାରୁ ହାଇଦ୍ରାବାଦ ଯାଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିମାନବନ୍ଦରରେ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ବିଦାୟ ଜଣାଇଛନ୍ତି ।

ଆଜି ପୁରୀ ଗସ୍ତର ଦ୍ୱିତୀୟ ଦିନରେ ବିଶ୍ୱ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶ୍ରୀମଦ ଭକ୍ତିସିଦ୍ଧାନ୍ତ ଗୌଡୀୟ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦ ମହାରାଜଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଶରଧାବାଲିରେ ଏହି ସମ୍ମିଳନୀର ଆୟୋଜନ କରାଯାଇଥିଲା ।

ଆଜି ରାଷ୍ଟ୍ରପତି କହିଥିଲେ, ବିଶ୍ୱରୁ କରୋନା ମହାମାରୀରୁ ଶୀଘ୍ର ମୁକ୍ତ ହେଉ ବୋଲି ସେ ଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି । ପୁରୀଧାମ ଆସି ସେ ବହୁତ ଖୁସି ବୋଲି ସେ କହିଥିଲେ । ଶ୍ରୀଚୈତନ୍ୟଙ୍କ ଆଦର୍ଶକୁ ଅନୁସରଣ କରି ଅନେକ ତାଙ୍କ ଭକ୍ତିମାର୍ଗକୁ ବାଛିଛନ୍ତି ବୋଲି କହିଥିଲେ ରାଷ୍ଟ୍ରପତି ।

Comments are closed, but trackbacks and pingbacks are open.