Latest Odisha News

ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର; ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର

ନୂଆଦିଲ୍ଲୀ: ଶୁକ୍ରବାର ଦିନ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାପଡ଼ିଛି।

ଏହାସହିତ ତାଙ୍କର ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆଜି ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିବା ନେଇ ହସ୍ପିଟାଲ୍‌ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି।

Comments are closed.