Latest Odisha News

BREAKING NEWS

ଚଳିତ ମାସରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ସଫଳ ଓ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆଜି ଲୋକସେବା ଭବନରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଉଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଗସ୍ତ ସମ୍ପର୍କିତ ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା ହେବ।

ସୂଚନା ଅନୁଯାୟୀ, ଆସନ୍ତା ୨୫ ତାରିଖରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ସମୟରେ ଭୁବନେଶ୍ୱର ଓ ଖୋର୍ଦ୍ଧାରେ ସରକାରୀ କାର୍ଯ୍ୟକ୍ରମ ରହିଛି । ଏହା ସହ ମୋଦି ଭୁବନେଶ୍ଵରରେ ଡାଟା ସେଣ୍ଟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

ସେହିଭଳି ୨୮ ତାରିଖରେରେ ୨ ଦିନିଆ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଅକ୍ଟୋବର ୨୮ ଓ ୨୯ ତାରିଖ ଯାଏ ଓଡ଼ିଶାରେ ରହିବେ। ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଗସ୍ତ କରିବେ।

ପ୍ରସ୍ତାବିତ କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୨୮ ତାରିଖରେ ଦାଣ୍ଡବୋଷ ବିମାନବନ୍ଦରରୁ ଯାତ୍ରା ଆରମ୍ଭ କରି ବହଳଦା ସ୍ଥିତ ମା’ କିଚକେଶ୍ୱରୀ ମନ୍ଦିର, ମାହୁଲଡିହାର ଲକ୍ଷ୍ମୀମଣ୍ଡପ ଏବଂ ରାଇରଙ୍ଗପୁର ସ୍ଥିତ ରାଷ୍ଟ୍ରପତିଙ୍କ ଗୃହକୁ ଯିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଓ ରାଇରଙ୍ଗପୁର କଚେରି ପଡ଼ିଆ ଗସ୍ତ ସହ ହଲିଡେ ହୋମକୁ ଯିବେ ରାଷ୍ଟ୍ରପତି ।

ସେହିପରି ଅକ୍ଟୋବର ୨୯ ତାରିଖରେ ରାଇରଙ୍ଗପୁର ସ୍ପୋର୍ଟସ୍ କମ୍ପ୍ଲେକ୍ସ, ବିକାଶ ନଗର ଏବଂ ଗୋରୁମହିଷାଣୀ ଆଇରନ୍ କଲେଜସ୍ଥିତ ମଲ୍ଟି ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ସମେତ ଟାଉନ୍ ହଲ୍ ଗସ୍ତ ରହିଛି । ଏହାପରେ ଦାଣ୍ଡବୋଷ ବିମାନବନ୍ଦର ଅଭିମୁଖେ ଫେରିବାର ଯୋଜନା ରହିଛି ।

 

Leave A Reply

Your email address will not be published.