Latest Odisha News

BREAKING NEWS

୨୪ରେ ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିବେ ରାଷ୍ଟ୍ରପତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ୨୪ରେ ଶ୍ରୀକ୍ଷେତ୍ର ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଗର୍ଭଗୃହରେ ମହାପ୍ରଭୁଙ୍କୁ ଦର୍ଶନ କରି ତାଙ୍କ ସାନିଧ୍ୟ ଲୋଡିବେ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଭାବେ ନୀତି ନିର୍ଘଣ୍ଟ ହୋଇଛି । ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବାର ଦେଢ ଘଣ୍ଟାପୂର୍ବରୁ ସାଧାରଣ ଦର୍ଶନ ବନ୍ଦ ରହିବ ।

ତେବେ ୨୪ ତାରିଖ ଦିନ ରାଷ୍ଟ୍ରପତି ଦିନ ୧୨ଟା ୩୦ରୁ ଦିନ ୧ଟା  ୧୫ ମଧ୍ୟରେ ଶ୍ରୀଜିଉଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଥିବା ବେଳେ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଘଣ୍ଟ ହୋଇଥିବା ନୀତି କାନ୍ତି ଅନୁସାରେ, ୨୩ ତାରିଖରେ ରାତ୍ର ୧୧ଟାରେ ପହୁଡ଼ ନୀତି ସମାପନ କରାଯାଇ ୨୪ ତାରିଖ ଭୋର୍‌ ୩ ଟାରୁ ଦ୍ୱାରଫିଟା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଦିନ ୧୧ଟାରେ ଶ୍ରୀମନ୍ଦିର ଶୋଧ କରାଯିବ । ଏହାପରେ ଦିନ ୧୧ଟାଠାରୁ ଆଉ ସାଧାରଣ ଲୋକଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ରାଷ୍ଟ୍ରପତି ଶ୍ରୀଜିଉଙ୍କ ଦର୍ଶନ କରି ପ୍ରତ୍ୟାବର୍ତ୍ତନ କରିବା ପରେ ଅବଶିଷ୍ଟ ଦୈନଦିନ ନୀତିମାନ କରାଯିବା ସହ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ଦିନ ୧୧ଟା ୪୫ ସୁଦ୍ଧା ବାଳଧୂପ ଶେଷ ହେବ ଓ ଭୋଗମଣ୍ଡପ ଉଠିବା ସହ ବେଶ ଶେଷ ପାଇଁ ସମୟ ଧାର୍ଯ୍ୟ ହୋଇଛି ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

ତେବେ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବା ପାଇଁ କାର୍ଯ୍ୟକ୍ରମ ରହିଛି । ଏହିଦିନ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷିରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Leave A Reply

Your email address will not be published.