Latest Odisha News

ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏହା ସହ ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସାଂସଦ ତଥା କଂଗ୍ରେସର ଓଡିଶା ପ୍ରଭାରୀ ଡ଼ ଏ ଚେଲ୍କା କୁମାର, ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ପିସିସି କାଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ, ସାଂସଦ ସପ୍ତଗିରି ଉଲାକା, ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିଧାୟକ ସୁରେଶ କୁମାର ରାଉତରାୟ, ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ତଥା ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା, ପିସିସି ଗଣମାଧ୍ୟମ ବିଭାଗ ଆବାହାକ ସତ୍ୟପ୍ରକାଶ ନାୟକ, ମୁଖପାତ୍ର ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ରଜନୀ କୁମାର ମହାନ୍ତି, ପ୍ରଶାନ୍ତ ଶତପଥି, ରାଜ୍ୟ ସାମାଜିକ ଗଣମାଧ୍ୟମ ସଂଯୋଜକ ଅଭିଷେକ ମହାନନ୍ଦ, ଗଣମାଧ୍ୟମ ବିଭାଗ ସଂଯୋଜକ ଦୀପକ କୁମାର ମହାପାତ୍ର ଙ୍କ ସମେତ ବରିଷ୍ଠ କଂଗ୍ରେସ ନେତା ଶିବାନନ୍ଦ ରାୟ, ଚିନ୍ମୟ ସୁନ୍ଦର ଦାଶ ପ୍ରମୁଖ ଶୋକ ପ୍ରକାଶ କରି ଅମର ଆତ୍ମାର ସଦଗତି କାମନା ସାଙ୍ଗକୁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି।

ସେହିଭଳି ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରି ଟୁଇଟ୍ କରିଛନ୍ତି । ସେ ଲେଖିଛନ୍ତି ‘‘ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ବିଶିଷ୍ଟ ନାରୀନେତ୍ରୀ,ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ତଥା ପୂର୍ବତନ ସାଂସଦ ଶ୍ରୀମତୀ ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ରାଜ୍ୟ ପାଇଁ ତାଙ୍କ ଅବଦାନ ସବୁବେଳେ ସ୍ମରଣୀୟ ରହିବ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି’’।

Leave A Reply

Your email address will not be published.