Latest Odisha News

ସମାଜସେବୀ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଶାର ସମାଜସେବୀ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ ।  ନୂଆଦିଲ୍ଲୀରେ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ଦିବ୍ୟାଙ୍ଗଙ୍କ ଅଧିକାର କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି । ଦିବ୍ୟାଙ୍ଗ ଅଧିକାର ଦିଗରେ ସେ ଅହରହ କାମ କରୁଛନ୍ତି । ସେମାନଙ୍କ ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ଶ୍ରୁତି ମହାପାତ୍ର । ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ମହିଳାଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି ।

Comments are closed, but trackbacks and pingbacks are open.