Latest Odisha News

ରଥଯାତ୍ରାକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ପୁରୀ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ବ୍ୟତିତ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଅନ୍ୟ କେନ୍ଦ୍ରମନ୍ତ୍ରୀ ଓ ପ୍ରମୁଖ ବ୍ୟକ୍ତିବିଶେଷ ସାମିଲ ହେବେ।

ଏନେଇ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ନିକଟରେ ଖବର ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସୁରକ୍ଷା ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ୭ ତାରିଖରେ ପୁରୀରେ ପହଞ୍ଚିବେ ଓ ୭ ତାରିଖ ପର୍ଯ୍ୟନ୍ତ ରହିବେ। ଦୁଇଦିନ ଧରି ରାଷ୍ଟ୍ରପତି ପୁରୀରେ ରହିବାର କାର୍ଯ୍ୟକ୍ରମ ରହିଛି।

ଚଳିତ ବର୍ଷ ବିରଳ ଯୋଗରେ ଅନୁଷ୍ଠିତ ହେବାକୁ ଯାଉଛି ଶ୍ରୀଗୁଣ୍ଡିଚା। ପ୍ରତ୍ୟେକ ବର୍ଷ ଭଳି ଏଥର ମଧ୍ୟ ରଥଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟ ମନ୍ତ୍ରୀମାନେ ସାମିଲ ହେବେ। ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ, ରାଷ୍ଟ୍ରପତି ଯେହେତୁ ରଥଯାତ୍ରାକୁ ଆସିବା ଲାଗି ପୂର୍ବରୁ କହିଥିଲେ ତେଣୁ ସେ ଆସିପାରନ୍ତି। ସେଥିପାଇଁ ଆମେ ପ୍ରସ୍ତୁତ ହେଉଛୁ। ଏପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଗସ୍ତ ସୂଚୀ ହସ୍ତଗତ ହୋଇନାହିଁ।

Leave A Reply

Your email address will not be published.