Latest Odisha News

BREAKING NEWS

ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର:  ଆସନ୍ତାମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ।   MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି ।   ମେ’ ୯ରେ ଆୟୋଜିତ ହେବ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ୟୁନିଭର୍ସିଟିର ସମାବର୍ତ୍ତନ ଉତ୍ସବ । ଏହି ଉତ୍ସବରେ ଯୋଗ ଦେବା ପାଇଁ ବାରିପଦା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ   ।  ରାଷ୍ଟ୍ରପତିଙ୍କ  ଗସ୍ତନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ପକ୍ଷରୁ ଚିଠି କରାଯାଇଛି ।

ସୂଚନାଥାଉ କି, ଏହା ପୂର୍ବରୁ ମହାମହିମ ରାଷ୍ଟ୍ରପତି ଫେବ୍ଢଆରୀ  ୧୦ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ । ଏହି ଅବସରରେ ସେ  ରମାଦବେୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ।  । ପରଦିନ କଟକ ସ୍ଥିତ ଧାନ ଗବେଷଣା ପ୍ରତିଷ୍ଠାନରେ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କରିଥିଲେ ।

Leave A Reply

Your email address will not be published.