Latest Odisha News

ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ରଥଯାତ୍ରାରେ ହେବେ ସାମିଲ

ଭୁବନେଶ୍ୱର: କାଲିଠୁ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି। ସେହିଦିନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

୭ରେ ମହାପ୍ରଭୁଙ୍କ ରଥ ଯାତ୍ରାରେ ସାମିଲ ହେବେ ରାଷ୍ଟ୍ରପତି। ରାଷ୍ଟ୍ରପତି ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ। ସେଦିନ ଅପରାହ୍ନରେ ବ୍ରହ୍ମକୁମାରୀଙ୍କ ପାଇଁ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦଘାଟନ କରିବେ।

ସେହିପରି ୯ ତାରିଖରେ ନାଇଜର୍ ର ୧୩ତମ ଗ୍ରାଜୁଏସନ ସେରେମୋନି କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.