Latest Odisha News

BREAKING NEWS

ମହାତ୍ମା ଗାନ୍ଧୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ନୂଆଦିଲ୍ଲୀ: ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଭାରତର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ବାପୁଜୀଙ୍କ ରାଜଘାଟସ୍ଥିତ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ଦେଶର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତଥା ବିଜେପିର ବରିଷ୍ଠ ନେତା ଏଲ କେ ଆଡ଼ଭାନୀ ପ୍ରମୁଖ ରାଜଘାଟଠାରେ ମହାତ୍ମା ଗାନ୍ଧୀଙ୍କ ସମାଧିପୀଠରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ଗାନ୍ଧୀ ହେଉଛନ୍ତି ସାଧାରଣ ଲୋକଙ୍କ ପାଇଁ ଆଶାର ଚମକ, ଯିଏକି ସମାନତା ତଥା ସଶକ୍ତିକରଣ ଲାଗି ଉଦ୍ୟମ ଜାରି ରଖିଥିଲେ ।”

ଆଜି ଓଡ଼ିଶା ସମେତ ସମଗ୍ର ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି । ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଗାନ୍ଧୀ ଜ୍ୟୋତି ଯାତ୍ରା’ର ଶୁଭାରମ୍ଭ କରିଛନ୍ତି । ରାଜ୍ୟବ୍ୟାପୀ ଏହି ଗାନ୍ଧୀ ଜ୍ୟୋତି ଯାତ୍ରା ପରିକ୍ରମା କରିବ ।

Leave A Reply

Your email address will not be published.