Latest Odisha News

ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଲୋକର ପର୍ବକୁ ନେଇ ସାରାଦେଶରେ ଉତ୍ସବମୁଖର ପରିବେଶ । କରୋନା କଟକଣା ଚଳିତବର୍ଷ ଦୀପାବଳି ଉତ୍ସବକୁ ସାମାନ୍ୟ ଫିକା କରି ଦେଇଛି । ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟ୍ୱିଟ୍ କରି ରାଷ୍ଟ୍ରପତି ଲେଖିଛନ୍ତି, ଦୀପାବଳି ସ୍ୱଚ୍ଛତାର ବି ଉତ୍ସବ । ପ୍ରଦୂଷଣ ମୁକ୍ତ ଓ ସ୍ୱଚ୍ଛ ଦୀପାବଳି ପାଳନ ସହ ପ୍ରକୃତିକୁ ସମ୍ମାନ କରିବା ଉଚିତ ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଆଲୋକର ପର୍ବ ସମସ୍ତଙ୍କ ଜୀବନକୁ ଅଧିକ ଉଜ୍ଜ୍ୱଳ କରିବା ସହ ସୁଖ ଭରିଦେଇ । ଦେଶବାସୀଙ୍କ ସୁଖ ସମୃଦ୍ଧି ଓ ସୁସ୍ଥତା କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।

ସେହିପରି ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖିବାକୁ ଅନୁରୋଧ କରିଛନ୍ତି । ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ।

ସେହିପରି ଦୀପାବଳି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲିରେ ଦୀପ କରି ଦୀପାବଳିର ସେ ଶୁଭେଚ୍ଛା ଜଣାଇଛନ୍ତି ।

BjdElectrycity

Leave A Reply

Your email address will not be published.