Latest Odisha News

ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲର ଉଦଘାଟନ କଲେ ରାଷ୍ଟ୍ରପତି 

ରାଉରକେଲା: ରାଉରକେଲାର ସୁପରସ୍ପେସିଆଲଟି ହସ୍ପିଟାଲ ଉଦଘାଟିତ । ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ଉଦ୍ଘାଟିତ ହୋଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଅତ୍ୟାଧୁନିକ ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି l ଲୋକାର୍ପଣ ହେବା ପରେ ହସ୍ପିଟାଲ ପରିସର ବୁଲି ଦେଖିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣରେ ଖର୍ଚ୍ଚ ହୋଇଛି ପ୍ରାୟ ୨୯୫ କୋଟି ଟଙ୍କା । 

ଉଦ୍ଗାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.