ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଏନ୍. ଭି. ରମନା । ତାଙ୍କ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୩ ତାରିଖରେ ଅବସର ନେବେ ପ୍ରଧାନ ବିଚାରପତି ଜଷ୍ଟିସ ବୋବଡେ । ୨୪ ତାରିଖରେ ଜଷ୍ଟିସ ରମନା ୪୮ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ । ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ବରିଷ୍ଠତା ଭିତ୍ତିରେ ଜଷ୍ଟିସ ରମନାଙ୍କ ନାଁକୁ କେନ୍ଦ୍ର ସରକାରଙ୍କ ପାଖକୁ ସୁପାରିଶ କରିଥିଲେ ଜଷ୍ଟିସ ବୋବଡେ । ପ୍ରଧାନ ବିଚାରପତି ପଦବୀରେ ବର୍ଷେ ଚାରି ମାସ ରହିବେ ଜଷ୍ଟିସ ରମନା ।
ଜଷ୍ଟିସ ଏନ୍. ଭି. ରମନା
୧୯୫୭ ମସିହା ଅଗଷ୍ଟ ୨୭ ତାରିଖରେ ଆନ୍ଧ୍ରପ୍ରଦେଶରେ କୃଷ୍ଣା ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ରମନା । ଏକ କୃଷକ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପୁରା ନାଁ ନଥାଲପତି ଭେଙ୍କଟ ରମନା । ଏବେ ସେ ସୁପ୍ରିମକୋର୍ଟରେ ବିଚାରପତି ଅଛନ୍ତି । ୨୦୦୦ ମସିହାରେ ଜଷ୍ଟିସ ରମନ୍ନା ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ସ୍ଥାୟୀ ବିଚାରପତି ଭବାରେ ନିଯୁକ୍ତି ପାଇଥିଲେ । ୨୦୧୩ରେ ସେ ଆନ୍ଧ୍ର ହାଇକୋର୍ଟରେ ଦୁଇ ମାସ କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଥିଲେ । ୨୦୧୩ ସେପ୍ଟେମ୍ବରରେ ଦିଲ୍ଲୀ ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ପାଇଥିଲେ ଜଷ୍ଟିସ ରମନା । ୨୦୧୪ ଫେବ୍ରୁଆରୀ ୧୭ ତାରିଖରେ ସୁପ୍ରିମକୋର୍ଟ ବିଚାରପତି ଭାବରେ ନିଯୁକ୍ତି ମିଳିଥିଲା ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.