Latest Odisha News

ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲ​‌ରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଆରୋଗ୍ୟକାମନା କଲେ ପ୍ରଧାନମନ୍ତ୍ରୀ 

ନୂଆଦିଲ୍ଲୀରାଷ୍ଟ୍ରପତି ଅସୁସ୍ଥ । ଛାତିରେ ଯନ୍ତ୍ରଣା କାରଣରୁ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ରାମନାଥ କୋବିନ୍ଦ । ତାଙ୍କୁ ଦିଲ୍ଲୀ ସ୍ଥିତ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କ ଚିକିତ୍ସା କରୁଥିବା ଜଣାପଡିଛି । ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ଡାକ୍ତରଙ୍କ କହିବା ଅନୁସାରେ ଏବେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । 

ଅସୁସ୍ଥ ହେବା ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ପୁଅ ପ୍ରଶାନ୍ତ କୁମାର କୋବିନ୍ଦଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । 

ଗତ ୨୦ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଉରକେଲାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ଶୁଭ ଉଦଘାଟନ କରିବା ସହ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ । 

Leave A Reply

Your email address will not be published.