Latest Odisha News

ତିନି ଦିନିଆ ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି

ଭୁବନେଶ୍ବର : ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି । ଏହି ଅବସରରେ ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ସଂଧ୍ୟାରେ ରାଜଭବନରେ ରାତ୍ରିଯାପନ କରିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରବିବାର ରାଉରକେଲା ଏନଆଇଟି ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଥିଲେ । ପରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସୁପର ସ୍ପେଶିଆଲିଟି ହସ୍ପିଟାଲର ଉଦଘାଟନ କରିଥିଲେ ରାଷ୍ଟ୍ରପତି । ରାଉରକେଲାରୁ ଫେରି ପୁଣି ରାଜଭବନରେ ରାତ୍ରିଯାପନ କରିଥିଲେ । ଆଉ ଆଜି ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲେ ରାଷ୍ଟ୍ରପତି । ଏହାପରେ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବା ସହ ଇଣ୍ଡିଆନ୍ ଅଏଲ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଥିଲେ । ପରେ ଭୁବନେଶ୍ବର ଫେରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

Leave A Reply

Your email address will not be published.