ବୋଗୋଟା: କୋଲମ୍ବିଆରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ । ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଚାଲିଥିବା ସମୟରେ ଜଣେ ପ୍ରାର୍ଥୀଙ୍କୁ ଗୁଳିମାଡ଼ ହୋଇଛି । ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ୍ ଉରିବେଙ୍କୁ ଗୁଳିମାଡ଼ ହୋଇଛି । ବୋଗୋଟା ସହରରେ ଏକ ପ୍ରଚାର କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ସମ୍ବୋଧିତ କରୁଥିବାବେଳେ ଜଣେ ଦୁର୍ବୃତ୍ତ ତାଙ୍କୁ ଗୁଳିମାଡ଼ କରିଛି । ଗୁଳି ବାଜିବା ପରେ ତଳେ ପଡ଼ି ଯାଇଥିଲେ ମିଗୁଏଲ ଉରିବେ ।
ସଙ୍କଟାପନ୍ନ ଅବସ୍ଥାରେ ମିଗୁଏଲ୍ ଉରିବେଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । ଗୁଳିମାଡ଼ କରିଥିବା ଦୁର୍ବୃତ୍ତକୁ ଗିରଫ କରିଛି ପୋଲିସ । ଅନ୍ୟପଟେ ଏହି ଘଟଣା ପରେ ଉରିବେଙ୍କ ସମର୍ଥକମାନଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ବହୁ ସମର୍ଥକ ଏହି ଘଟଣାର ଦୃଢ଼ ନିନ୍ଦା କରିଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
Comments are closed.