Latest Odisha News

ବିଶିଷ୍ଟ ବ୍ୟକ୍ତିଙ୍କ ନୂଆଁଖାଇ ଉପଲକ୍ଷେ ଜୁହାର୍; ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି । ପଶ୍ଚିମ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ସୁଖ ଶାନ୍ତି କାମନା କରିଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଠିନ ପରିଶ୍ରମୀ ଚାଷୀ ଭାଇ ମାନଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଦେଶବାସୀଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରିବାରେ ସେମାନଙ୍କ ଭୂମିକା ଅବର୍ଣ୍ଣନୀୟ ବୋଲି ଲେଖିଛନ୍ତି ।

Leave A Reply

Your email address will not be published.