ରାୟଗଡା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଜମ୍ମୁରେ ଥାଇ ଭିଡିଓ କନଫରେନସିଂ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି । ଏହି ସମୟରେ ତାଙ୍କ ପାଖରେ କେନ୍ଦ୍ର ରେଳ, ସୂଚନା ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଉପସ୍ଥିତ ଥିଲେ ।
ଏହି ପ୍ରକଳ୍ପର ନିର୍ମାଣ ପାଇଁ ଆନୁମାନିକ ୧୦୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଯାହା ଓଡିଶା, ଆନ୍ଧ୍ରପ୍ରଦେଶ ଏବଂ ଜମ୍ମୁକଶ୍ମୀର ସହ ଏହାର ଆଖପାଖ ଅଞ୍ଚଳରେ ରେଳ ଭିତ୍ତିଭୂମିରେ ଉନ୍ନତି ଆଣିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ନିର୍ମାଣ କାର୍ଯ୍ୟ ନୂତନ ରେଳମଣ୍ଡଳ କାର୍ଯ୍ୟାଳୟ ଭବନ ସହ ବିଭାଗୀୟ ନିୟନ୍ତ୍ରଣ କାର୍ଯ୍ୟାଳୟ, ଅଧିକାରୀ ଏବଂ କର୍ମଚାରୀଙ୍କ ରହିବା ପାଇଁ ଆଧୁନିକ ଆବାସ ସୁବିଧା ଯୋଗାଇବ ।
ରାୟଗଡାରେ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରିଥିବାବେଳେ, ରାଜ୍ୟପାଳ ଡକ୍ଟର କମ୍ଭମପତି ହରି ବାବୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ ।