Latest Odisha News

ବିଶ୍ୱ ପରିବେଶ ଦିବସରେ ‘‘ଏକ ପେଡ୍ ମା’ କେ ନାମ’’ ଅଭିଯାନର ଶୁଭାରମ୍ଭ କଲେ ମୋଦୀ

ନୂଆଦିଲ୍ଲୀ: ଆଜି ବିଶ୍ୱ ପରିବେଶ ଦିବସ । ଏହି ଅବସରରେ ଶ୍ରୀ ନରେନ୍ଦ୍ର ମୋଦୀ ‘‘ଏକ ପେଡ୍ ମା କେ ନାମ’’ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଏକ ଅଶ୍ୱତ୍ଥ ଗଛ ଲଗାଇ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି ମୋଦୀ । ଗତ ଦଶନ୍ଧି ମଧ୍ୟରେ ଭାରତ ଅନେକ ସାମୂହିକ ପ୍ରୟାସ ହାତକୁ ନେଇଛି ଯାହା ଫଳରେ ସମଗ୍ର ଦେଶରେ ଜଙ୍ଗଲ ବୃଦ୍ଧି ପାଇଛି । ନିରନ୍ତର ବିକାଶ ଦିଗରେ ଆମର ପ୍ରୟାସ ପାଇଁ ଏହା ବହୁତ ଭଲ ବୋଲି କହିଛନ୍ତି ମୋଦୀ ।

ଦେଶର ମା’ ମାନଙ୍କୁ ସମ୍ମାନ ଜଣାଇ ଆଗାମୀ ଦିନରେ ଏକ ବୃକ୍ଷ ରୋପଣ କରିବାକୁ ମୁଁ ଭାରତ ତଥା ସମଗ୍ର ବିଶ୍ୱର ସମସ୍ତଙ୍କୁ ଆହ୍ୱାନ କରୁଛି ବୋଲି କହିଛନ୍ତି ମୋଦୀ । #Plant4Mother କିମ୍ବା #एक_पेड़_माँ_के_नाम ହ୍ୟାସଟ୍ୟାଗ୍ ବ୍ୟବହାର କରି ଏପରି କରୁଥିବାର ଫଟୋ ସେୟାର କରିବାକୁ ଆହ୍ନାନ ଦେଇଛନ୍ତି ମୋଦୀ । ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ଏକ ଦଶନ୍ଧି ମଧ୍ୟରେ ଭାରତ ଅନେକ ସାମୂହିକ ପ୍ରୟାସ ହାତକୁ ନେଇଛି ଯାହା ଫଳରେ ସମଗ୍ର ଦେଶରେ ଜଙ୍ଗଲ ବୃଦ୍ଧି ପାଇଛି । ନିରନ୍ତର ବିକାଶ ଦିଗରେ ଆମର ପ୍ରୟାସ ପାଇଁ ଏହା ବହୁତ ଭଲ । ସ୍ଥାନୀୟ ଜନ ସମୁଦାୟ କିପରି ଏହି ଅବସରରେ ଆଗେଇ ଆସିଛନ୍ତି ଏବଂ ଏଥିରେ ନେତୃତ୍ୱ ନେଇଛନ୍ତି ତାହା ମଧ୍ୟ ପ୍ରଶଂସନୀୟ।

 

Comments are closed.