ନୂଆଦିଲ୍ଲୀ: ଦିଲ୍ଲୀରେ ବନ୍ୟା ସ୍ଥିତି ଏବେବି ସଙ୍ଗୀନ ରହିଛି । ଦେଶର ରାଜଧାନୀର ବହୁ ଅଂଚଳ ଜଳବନ୍ଦୀ ରହିଛି । ଯମୁନା ନଦୀ ୪୫ ବର୍ଷର ରେକର୍ଡ ଭାଙ୍ଗି ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ୨୬ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିବା ବେଳେ ୪୦ରୁ ଅଧିକ କ୍ୟାମ୍ପ କରାଯାଇଛି । ଯୁଦ୍ଧକାଳୀନ ଭିତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସେପଟେ ଗତକାଲି ସଂଧ୍ୟାରେ ରାଜଧାନୀ ଦିଲ୍ଲୀରେ ପୁଣି ଜୋରେ ବର୍ଷା ହୋଇଛି । ପ୍ରାୟ ୧୧ ମିଲିମିଟର ବର୍ଷା ହୋଇଥିବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏହା ଦ୍ୱାରା ବହୁ ଅଞ୍ଚଳରେ ପାଣି ଜମି ରହିଛି । ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ଦ୍ୱାରକା ସେକ୍ଟର-୨୩ରେ ବନ୍ୟା ପାଣିରେ ବୁଡି ୩ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ରିଲିଫ ଓ ଉଦ୍ଧାର ପାଇଁ ମୁତୟନ ହୋଇଛନ୍ତି NDRF, ସ୍ଥଳସେନା ଓ ନୌସେନା । ୪ ହଜାରରୁ ଅଧିକ ଟ୍ରାଫିକ ପୋଲିସ ମୁତନୟ ହୋଇଛନ୍ତି ।
ସେପଟେ ବିଦେଶରୁ ଫେରି ଦିଲ୍ଲୀ ବନ୍ୟାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବନ୍ୟା ପରିସ୍ଥିତିର କିପରି ମୁକାବିଲା କରାଯାଉଛି ସେନେଇ ରାଜ୍ୟପାଳ ଭି.କେ ସେକ୍ସେନାଙ୍କ ଓ ଲେଫଟନାଣ୍ଟ ଗଭର୍ଣ୍ଣରଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଗତକାଲି ସଂଧ୍ୟାରେ ସେ ନୂଆଦିଲ୍ଲୀରେ ପହଞ୍ଚିଥିଲେ । ଏପଟେ ବନ୍ୟାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି । ଦିଲ୍ଲୀରେ ବନ୍ୟା ସ୍ଥିତି ପାଇଁ ଷଡ଼ଯନ୍ତ୍ର କରାଯାଇଥିବା ଅଭିଯୋଗ କରିଛି ଆମ୍ ଆଦମୀ ପାର୍ଟି । ଆପ୍ ନେତା ସୌରଭ ଭରଦ୍ୱାଜ ଅଭିଯୋଗ କରିଛନ୍ତି ଯେ, କେନ୍ଦ୍ର ଓ ହରିୟାଣା ସରକାର ଦିଲ୍ଲୀରେ ବନ୍ୟା ସ୍ଥିତି ପାଇଁ ଦାୟୀ । ଆପ ଅଭିଯୋଗର ଜବାବଦେିଛନ୍ତି ଦିଲ୍ଲୀ ବିଜେପି ସଭାପତି ବୀରେନ୍ଦ୍ର ସଚଦେବା । ଆପ୍ ସରକାର ନିଜ ଦାୟିତ୍ୱରୁ ଦୁରେଇ ଯାଉଥିବା ସେ ଅଭିଯୋଗ କରିଛନ୍ତି ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.