Latest Odisha News

BREAKING NEWS

ଆଜି ମନ କି ବାତ: ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ରେଡିଓରେ ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ଭୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ହେବ ପ୍ରଧାନମନ୍ତ୍ରୀଙ୍କ 93 ତମ ମନ କି ବାତ କାର୍ଯ୍ୟକ୍ରମ।

ପୂର୍ବାହ୍ନ ୧୧ଟାରେ ମନ କି ବାତ କାର୍ଯ୍ୟକ୍ରମ ଜରିଆରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବା ନେଇ ପିଏମଓ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ କି ବାତ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କ ପ୍ରଶ୍ନର ଉତ୍ତର ଦେବା ସହ ସାଧାରଣ ଲୋକଙ୍କ ସହ ଯାେଡି ହୋଇଥାନ୍ତି ପ୍ରଧାନମନ୍ତ୍ରୀ । ପ୍ରତ୍ୟେକ ମାସର ଶେଷ ରବିବାର ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗୁ ନେଇ ମନ କି ବାତ କାର୍ଯ୍ୟକ୍ରମ ଜରିଆରେ ଦେଶବାସୀଙ୍କୁ ସମ୍ଭୋଧିତ କରିଥାନ୍ତି।

 

Leave A Reply

Your email address will not be published.